ମହିଳା ଓ ଶିଶୁଙ୍କ ସୁରକ୍ଷା ପାଇଁ ରାଜ୍ୟ ପୁଲିସର ବଡ଼ ଆକ୍ସନ ପ୍ଲାନ  #  

ଲକ୍ଷ୍ମଣ ନାୟକ ସାହିତ୍ୟ ସଂସ୍କୃତି ପରିଷଦ, ମାଲକାନଗିରି ତରଫରୁ କବିତାପାଠ, ସାରସ୍ବତ ସଭା, ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା।  #  

ମାଡ଼କାପଦର୍ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଆୟୋଜିତ।  #  

ଶ୍ରେଷ୍ଠ ପୂଜା ପଣ୍ଡାଲକୁ ପୁରସ୍କୃତ କଲେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ।  #  

ଷଷ୍ଠତମ ଅସ୍ତରଙ୍ଗ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ- ପ୍ରଶ୍ନ ବାଣରେ ଘାଇଲା ବିଧାୟକ  #  

ଦେଶବ୍ୟାପୀ ବକ୍ସ ଅଫିସରେ ଚହଳ ସୃଷ୍ଟି କରୁଛି ‘କାନ୍ତାରା ଚାପ୍ଟର ୧’  #  

ଦଶହରା ମେଢକୁ ମିଳିବ ଆର୍ଥିକ ଅନୁଦାନ, ୩ଟି ଶ୍ରେଣୀରେ ମିଳିବ ଟଙ୍କା  #  

ଭୁବନେଶ୍ୱର ବିମାନବନ୍ଦରରୁ ୩ କୋଟି ଟଙ୍କାର ମାରିଜୁଆନା ଜବତ, ଜଣେ ଗିରଫ  #  

ଦିନିକିଆ ଦଳର ଅଧିନାୟକ ହେଲେ ଶୁଭମନ୍ ଗିଲ୍, ବିରାଟ କୋହଲି ଏବଂ ରୋହିତ ଶର୍ମା ବି ଦଳରେ ସାମିଲ…  #  

ଅକ୍ଟୋବର ୯ରୁ ବିଜେଡିର ଜନସମ୍ପର୍କ ଅଭିଯାନ  #  

ଲଗାଣ ବର୍ଷାରେ ଗଜପତି ସ୍ଥିତି ବେହାଲ, ମହେନ୍ଦ୍ରଗିରିରେ ଫସି ରହିଥିବା ୩୦ ପର୍ଯ୍ୟଟକ ଉଦ୍ଧାର  #  

ଏସ୍ଆଇ ପରୀକ୍ଷା ନେଇ ବିଜେଡ଼ିର ଅଭିଯୋଗ ଉପରେ ଆଇନ ମନ୍ତ୍ରୀ ରଖିଲେ କଡ଼ା ଜବାବ  #  

ଏସ୍ଆଇ ପରୀକ୍ଷା ନେଇ ବିଜେଡ଼ିର ଅଭିଯୋଗ ଉପରେ ଆଇନ ମନ୍ତ୍ରୀ ରଖିଲେ କଡ଼ା ଜବାବ  #  

ଏହି ସ୍ଥାନରେ ହେବ ଚଳିତ ବର୍ଷ ରାବଣପୋଡି...  #  

ଆସନ୍ତାକାଲି ଝାରସୁଗୁଡାରୁ BSNL 4G ସେବାର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ  #  

ଜିଲ୍ଲାପାଳଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା; ଦୁର୍ବଳ ନଦୀ ଓ କେନାଲ ବନ୍ଧ ଉପରେ ନଜର ରଖିବା ପାଇଁ ଗୁରୁତ୍ୱ  #  

ସୁକନ୍ୟା ସମୃଦ୍ଧି ଯୋଜନା ନେଇ ସଚେତନ କଲେ ସାଂସଦ ବଳଭଦ୍ର ମାଝୀ।  #  

ବ୍ଲକ ସ୍ତରୀୟ ସୁସ୍ଥ ନାରୀ, ସଶକ୍ତ ପରିବାର କାର୍ଯ୍ୟକ୍ରମ।  #  

ଜିଲ୍ଲାପାଳଙ୍କ ତ୍ୱରିତ ପଦକ୍ଷେପ ଯୋଗୁଁ ସଫଳ ହେଲା ବକ୍ରପାଦ ଅସ୍ତ୍ରୋପଚାର।  #  

ପିର ଜାହାନିଆଁ ବେଳା ଭୂମିରେ ଆନ୍ତର୍ଜାତିକ ବେଳାଭୂମି ସଫେଇ ଦିବସ  #  

ନୂଆଦିଲ୍ଲୀରେ ଆୟୋଜିତ ଭାରତ ଆନ୍ତର୍ଜାତିକ ବାଣିଜ୍ଯ ମେଳାରେ ଉଦ୍‌ଘାଟିତ ହେଲା ଓଡ଼ିଶା ପାଭିଲିୟନ୍‌

 

ନୂଆଦିଲ୍ଲୀ: ପ୍ରଗତି ମୈଦାନରେ ଆଜି ଠାରୁ ଆରମ୍ଭ ହୋଇଛି ୪୨ତମ ଭାରତ ଆନ୍ତର୍ଜାତିକ ବାଣିଜ୍ଯ ମେଳା। ମେଳା ପରିସର ସ୍ଥିତ ଓଡିଶା ପାଭିଲିୟନକୁ ଆଜି ଉଦଘାଟନ କରିଛନ୍ତି ଓଡିଶା ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା। 

ଭାରତ ସରକାରଙ୍କ ବାଣିଜ୍ଯ ମନ୍ତ୍ରାଳୟ ଅଧିନସ୍ଥ ଆଇଟିପିଓ ପକ୍ଷରୁ ରାଜଧାନୀ ଦିଲ୍ଲୀରେ ପ୍ରତିବର୍ଷ ଆୟୋଜିତ ହେଉଛି ଆନ୍ତର୍ଜାତିକ ବାଣିଜ୍ଯ ମେଳା। ଚଳିତ ବର୍ଷ ମେଳାର ଥିମ୍ "ବସୁଧୈବ କୁଟୁମ୍ବକମ୍ବକମ୍: ୟୁନାଇଟେଡ୍ ବାଇ ଟ୍ରେଡ୍" ରହିଥିବା ବେଳେ ଓଡିଶା ପାଭିଲିୟନ୍ ଉତ୍କଳୀୟ ନୌବାଣିଜ୍ୟ ପରମ୍ପରାର ବୈବଭକୁ ନେଇ ଅଂଶଗ୍ରହଣ କରିଛି। ପ୍ରାଚୀନ କାଳରୁ ଓଡିଶା ନିଜର ମହାନ୍ ନୌବାଣିଜ୍ୟ ପରମ୍ପରା ମାଧ୍ୟମରେ ଉତ୍କଳର ସାଂସ୍କୃତିକ ବିଭବକୁ ବିଭିନ୍ନ ଦେଶକୁ ପ୍ରସାରିତ କରିଥିଲା। ଏହି ମେଳାରେ ଓଡିଶାର ନୌବାଣିଜ୍ୟ ପରମ୍ପରାର ଜୀବନ୍ତ ଝଲକ ପ୍ରଦର୍ଶିତ ହୋଇଛି।

ଓଡିଶା ପାଭିଲିୟନ୍‌ର ସ୍ବତନ୍ତ୍ରତା:

ରାଜ୍ୟର ୭ ଗୋଟି ବିଭାଗର ୨୪ ଗୋଟି ଷ୍ଟଲ୍ ରହିଛି ଓଡିଶା ପାଭିଲିୟନ୍‌ରେ। ମିଲେଟ୍ ଉତ୍ପାଦ ଓ କୋରାପୁଟର କଫିଥେ ମହକୁ ଥିବା ପାଭିଲିୟନକୁ ସୁନ୍ଦରତା ପ୍ରଦାନ କରୁଛି କୋଟପାଡ୍‌ ଶାଢୀ ଓ ଟସର ସିଲକ୍ ଶାଢୀ। କାଠ ତଥା ପ୍ରସ୍ତର ତିଆରି ମୂର୍ତ୍ତି, ପଟ୍ଟଚିତ୍ର, ସବାଇ ଘାସ ତିଆରି ସାଜସଜ୍ଜା, ଚାନ୍ଦୁଆ, ତାରକସୀ ତଥା ଭଳିକି ଭଳି ହସ୍ତଶିଳ୍ପ ସାମଗ୍ରୀରେ ଝଲସୁଛି ଓଡିଶା ପାଭିଲିୟନ୍। ଏହା ଛଡା ଆଦିମ ଜନଜାତି ଗୋଷ୍ଠୀର ଦୁଇଗୋଟି ଦଳ ଦ୍ବାରା ହସ୍ତଶିଳ୍ପର ନୈପୁଣ୍ୟ ପ୍ରଦର୍ଶନ ଆକର୍ଷଣର କେନ୍ଦ୍ର ହୋଇଛି। 

ପାଭିଲିୟନର ମଧ୍ଯ ଭାଗରେ ପ୍ରଦର୍ଶିତ ହୋଇଛି ଏକ ବିଶାଳ ବୋଇତ। ଏଥିରେ ବାନ୍ଧ ଶିଳ୍ପ, ପଥର ମୂର୍ତ୍ତି କାରିଗରି, ପଟ୍ଟଚିତ୍ର ଅଙ୍କନ, ବର୍ଜ୍ୟ କାଗଜରୁ ସାଜସଜ୍ଜା ସାମଗ୍ରୀ ଆଦି ପ୍ରସ୍ତୁତିର ଲାଇଭ୍ ଡେମୋ ପ୍ରଦର୍ଶନ କରାଯାଇଛି।

ପାଭିଲିୟନ୍‌ର ବାହାର ପଟ ପ୍ରବେଶ ଦ୍ବାରରେ ସ୍ଥାନିତ ହୋଇଛି ଦୁଇଟି କୋଣାର୍କ ଚକ୍ର। ଓଡ଼ିଶାର ମହାନ୍ ଐତିହ୍ୟ ଓ ସଂସ୍କୃତିର ପ୍ରତିଛବିକୁ ପ୍ରଦର୍ଶିତ କରୁଥିବା ଏହି କୋଣାର୍କ ଚକ୍ର ଦ୍ବୟ ମେଳାକୁ ଆଗମନ କରୁଥିବା ଦେଶ ବିଦେଶର ଅଂଶଗ୍ରହଣକାରୀଙ୍କୁ ଆକର୍ଷିତ କରୁଛି। 

ସ୍ଥାନିତ ହୋଇଛି ଏହି ସବୁ ବିଭାଗର ଷ୍ଟଲ୍:

ଆନ୍ତର୍ଜାତିକ ବାଣିଜ୍ଯ ମେଳାର ଓଡିଶା ପାଭିଲିୟନ୍‌ରେ ମିଶନ ଶକ୍ତି, କୃଷି ଓ କୃଷକ ସଶକ୍ତିକରଣ, ଏମ୍‌ଏସଏମଇ, ପର୍ଯ୍ୟଟନ, ଅନୁସୂଚିତ ଜାତି ଓ ଜନଜାତି, ପଞ୍ଚାୟତିରାଜ ଓ ପାନୀୟ ଜଳ, ହସ୍ତତନ୍ତ ଓ ହସ୍ତଶିଳ୍ପ ବିଭାଗ ଅଂଶଗ୍ରହଣ କରିଛନ୍ତି। ମିଶନ ଶକ୍ତିର ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କ ଦ୍ଵାରା ପ୍ରସ୍ତୁତ ଦ୍ରବ୍ଯ, ମିଲେଟ୍ ମିଶନ ପକ୍ଷରୁ ବିଭିନ୍ନ ଖାଦ୍ୟ ସାମଗ୍ରୀ ଏବଂ ଓରମାସ୍‌ ପକ୍ଷରୁ ବିଭିନ୍ନ ଘରକରଣା ଓ ସାଜସଜ୍ଜା ସାମଗ୍ରୀ ସ୍ଥାନିତ ହୋଇଛି।

 

 

ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂ, ନୂଆଦିଲ୍ଲୀରେ ଅବସ୍ଥାପିତ ଓଡିଶାର ଆବାସିକ ଆୟୁକ୍ତ ଶ୍ରୀ ରବିକାନ୍ତ, ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର  ସାମଲ, ଓରମାସ୍ ସିଇଓ ଶ୍ରୀମତୀ ଗୁହା ପୁନମ୍ ତାପସ୍ କୁମାର, ବୟନଶିଳ୍ପ ନିର୍ଦ୍ଦେଶକ,ଶ୍ରୀ ଶୋଭନ କୃଷ୍ଣ ସାହୁ, ହସ୍ତଶିଳ୍ପ ନିର୍ଦ୍ଦେଶୀକା ଶ୍ରୀମତୀ ପ୍ରଣତୀ ଛୋଟରାୟଙ୍କ ସମେତ ଓଡ଼ିଶା ସରକାରଙ୍କ ବିଭିନ୍ନ ଅଧିକାରୀମାନେ ଉପସ୍ଥିତ ଥିଲେ। ଦିଲ୍ଲୀରେ ରହୁଥିବା ପ୍ରବାସୀ ଓଡ଼ିଆ ଭାଇ ଭଉଣୀମାନେ ଓଡିଶା ପାଭିଲିୟନ୍‌ ଆସିବା ପାଇଁ ମନ୍ତ୍ରୀ ଶ୍ରୀ ପଣ୍ଡା ଅନୁରୋଧ କରିଛନ୍ତି।

ଗରୋଇ ଗୋବର୍ଧନ ପୀଠରେ ବୁଦ୍ଧିଆ ବାବାଙ୍କ ୧୯ତମ ମହାପ୍ରୟାଣ ଦିବସ ପାଳିତ

 ଗରୋଇ ଗୋବର୍ଧନ ପୀଠରେ ବୁଦ୍ଧିଆ ବାବାଙ୍କ ୧୯ତମ ମହାପ୍ରୟାଣ ଦିବସ ପାଳିତ ଜଗତସିଂହପୁରର ଗରୋଇ ଗୋବର୍ଧନ ପୀଠରେ ପ୍ରସିଦ୍ଧ  ମହାପୁରୁଷ ବୁଦ୍ଧିଆ ବାବାଙ୍କ ୧୯ତମ ମହାପ୍ରୟାଣ ଦିବସ ମଙ୍ଗଳବାର ମଙ୍ଗ....

ସ୍ବର୍ଗଦ୍ଵାରରେ ପଦ୍ମଭୂଷଣ ରମାକାନ୍ତରଥ ଙ୍କ ଶେଷକୃତ୍ୟ ସମ୍ପର୍ଣ୍ଣ

ପୁରୀ ୧୭/୩ ଆଜି ସ୍ବର୍ଗଦ୍ବାର ରେ ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ବିଶିଷ୍ଟ କବି ସ୍ବର୍ଗତ ପଦ୍ମଭୂଷଣ ରମାକାନ୍ତ ରଥ ଙ୍କ ରାଷ୍ଟ୍ରୀୟ ମର୍ଯ୍ୟାଦା ର ସହ ଶେଷକୃତ୍ୟ ସମ୍ପର୍ଣ୍ଣ ହୋଇଛି।ସ୍ବର୍ଗତ ରଥ ଙ୍କ ବ....

ଆନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ଉତ୍ସବର ଦ୍ୱିତୀୟ ଦିବସରେ ଓଡ଼ିଶୀ ଛନ୍ଦ ଓ ରସର ଭାବମୟ ପରିବେଷଣ

ଭୁବନେଶ୍ୱର :ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ୱାରା ଆୟୋଜିତ ଏବଂ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଦ୍ୱାରା ନିବେଦିତ ଆନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ଉତ୍ସବର ଆଜି ଥିଲା ଦ୍ୱି....

ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରାଯିବା ସଂପର୍କରେ ଐତିହ୍ୟ କ୍ୟାବିନେଟରେ ନିଷ୍ପତ୍ତି

              ଭୁବନେଶ୍ୱର :  ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ ଐତିହ୍ୟ କ୍ୟାବିନେଟର ଏକ ବୈଠକ ଅନୁଷ୍ଠିତ ହୋଇଥିଲା ।  ତା୨୬.୧୨.୨୦୧୭ରିଖର....

Sign up for the Newsletter

Join our newsletter and get updates in your inbox. We won't spam you and we respect your privacy.