ମହିଳା ଓ ଶିଶୁଙ୍କ ସୁରକ୍ଷା ପାଇଁ ରାଜ୍ୟ ପୁଲିସର ବଡ଼ ଆକ୍ସନ ପ୍ଲାନ  #  

ଲକ୍ଷ୍ମଣ ନାୟକ ସାହିତ୍ୟ ସଂସ୍କୃତି ପରିଷଦ, ମାଲକାନଗିରି ତରଫରୁ କବିତାପାଠ, ସାରସ୍ବତ ସଭା, ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା।  #  

ମାଡ଼କାପଦର୍ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଆୟୋଜିତ।  #  

ଶ୍ରେଷ୍ଠ ପୂଜା ପଣ୍ଡାଲକୁ ପୁରସ୍କୃତ କଲେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ।  #  

ଷଷ୍ଠତମ ଅସ୍ତରଙ୍ଗ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ- ପ୍ରଶ୍ନ ବାଣରେ ଘାଇଲା ବିଧାୟକ  #  

ଦେଶବ୍ୟାପୀ ବକ୍ସ ଅଫିସରେ ଚହଳ ସୃଷ୍ଟି କରୁଛି ‘କାନ୍ତାରା ଚାପ୍ଟର ୧’  #  

ଦଶହରା ମେଢକୁ ମିଳିବ ଆର୍ଥିକ ଅନୁଦାନ, ୩ଟି ଶ୍ରେଣୀରେ ମିଳିବ ଟଙ୍କା  #  

ଭୁବନେଶ୍ୱର ବିମାନବନ୍ଦରରୁ ୩ କୋଟି ଟଙ୍କାର ମାରିଜୁଆନା ଜବତ, ଜଣେ ଗିରଫ  #  

ଦିନିକିଆ ଦଳର ଅଧିନାୟକ ହେଲେ ଶୁଭମନ୍ ଗିଲ୍, ବିରାଟ କୋହଲି ଏବଂ ରୋହିତ ଶର୍ମା ବି ଦଳରେ ସାମିଲ…  #  

ଅକ୍ଟୋବର ୯ରୁ ବିଜେଡିର ଜନସମ୍ପର୍କ ଅଭିଯାନ  #  

ଲଗାଣ ବର୍ଷାରେ ଗଜପତି ସ୍ଥିତି ବେହାଲ, ମହେନ୍ଦ୍ରଗିରିରେ ଫସି ରହିଥିବା ୩୦ ପର୍ଯ୍ୟଟକ ଉଦ୍ଧାର  #  

ଏସ୍ଆଇ ପରୀକ୍ଷା ନେଇ ବିଜେଡ଼ିର ଅଭିଯୋଗ ଉପରେ ଆଇନ ମନ୍ତ୍ରୀ ରଖିଲେ କଡ଼ା ଜବାବ  #  

ଏସ୍ଆଇ ପରୀକ୍ଷା ନେଇ ବିଜେଡ଼ିର ଅଭିଯୋଗ ଉପରେ ଆଇନ ମନ୍ତ୍ରୀ ରଖିଲେ କଡ଼ା ଜବାବ  #  

ଏହି ସ୍ଥାନରେ ହେବ ଚଳିତ ବର୍ଷ ରାବଣପୋଡି...  #  

ଆସନ୍ତାକାଲି ଝାରସୁଗୁଡାରୁ BSNL 4G ସେବାର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ  #  

ଜିଲ୍ଲାପାଳଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା; ଦୁର୍ବଳ ନଦୀ ଓ କେନାଲ ବନ୍ଧ ଉପରେ ନଜର ରଖିବା ପାଇଁ ଗୁରୁତ୍ୱ  #  

ସୁକନ୍ୟା ସମୃଦ୍ଧି ଯୋଜନା ନେଇ ସଚେତନ କଲେ ସାଂସଦ ବଳଭଦ୍ର ମାଝୀ।  #  

ବ୍ଲକ ସ୍ତରୀୟ ସୁସ୍ଥ ନାରୀ, ସଶକ୍ତ ପରିବାର କାର୍ଯ୍ୟକ୍ରମ।  #  

ଜିଲ୍ଲାପାଳଙ୍କ ତ୍ୱରିତ ପଦକ୍ଷେପ ଯୋଗୁଁ ସଫଳ ହେଲା ବକ୍ରପାଦ ଅସ୍ତ୍ରୋପଚାର।  #  

ପିର ଜାହାନିଆଁ ବେଳା ଭୂମିରେ ଆନ୍ତର୍ଜାତିକ ବେଳାଭୂମି ସଫେଇ ଦିବସ  #  

ମନ ମୋହିଲା ଓଡ଼ିଆ ନୃତ୍ୟ ଓ ସଙ୍ଗୀତ-ଦିଲ୍ଲୀରେ ମତୁଆଲା ଦର୍ଶକ

 

ନୂଆଦିଲ୍ଲୀ୧୯/୨୩:ଆଜି ପ୍ରଗତି ମୈଦାନରେ ଭାରତ ଆନ୍ତର୍ଜାତିକ ବାଣିଜ୍ୟ ମେଳାରେ ଅନୁଷ୍ଠିତ ହୋଇଥିଲା ଓଡ଼ିଶା ରାଜ୍ୟ ଦିବସ । ଏହି ଉପଲକ୍ଷେ ଅନୁଷ୍ଠିତ ହୋଇଥିଲା ବହୁବିଧ ସାଂସ୍କୃତିକ କାର୍ଯ୍ୟକ୍ରମ । ଏଥିସହିତ ଓଡ଼ିଶା ସରକାରଙ୍କ ମାସିକ ମୁଖପତ୍ର ଓଡ଼ିଶା ରିଭ୍ୟୁ ଓ ଉତ୍କଳ ପ୍ରସଙ୍ଗର ସ୍ଵତନ୍ତ୍ର ସଂସ୍କରଣ ଉନ୍ମୋଚିତ ହୋଇଥିଲା ।

               ଓଡିଶା ଦିବସ ପାଳନ ଅବସରରେ ଓଡ଼ିଆ ସାଂସ୍କୃତିକ କାର୍ଯ୍ୟକ୍ରମରେ ବିମୋହିତ ହେଲା ରାଜଧାନୀ ଦିଲ୍ଲୀର ପ୍ରଗତି ମୈଦାନ । ପ୍ରଗତି ମୈଦାନର ଆମ୍ଫିଥିଏଟରରେ ହଜାର ହଜାର ଦର୍ଶକ ଅତ୍ୟନ୍ତ ଉତ୍ସାହର ସହ ଦେଖିଥିଲେ ଡାଲଖାଇ, ସମ୍ବଲପୁରୀ ଓ ଆଦିବାସୀ ବିର୍ଲି ନୃତ୍ୟ । ହର ହର ଶମ୍ଭୁ ଗୀତ ଗାନ କରି ଓଡ଼ିଶା ପାଇଁ ଦେଶ ବିଦେଶରେ ଖ୍ୟାତି ଅର୍ଜନ କରିଥିବା ଅଭିଲିପ୍‌ସା ପଣ୍ଡାଙ୍କ ସଙ୍ଗୀତ ପ୍ରଗତି ମୈଦାନରେ ଶିହରଣ ସୃଷ୍ଟି କରିଥିଲା ।

               କାର୍ଯ୍ୟକ୍ରମରେ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ଶ୍ରୀ ପ୍ରଦୀପ କୁମାର ଅମାତ, ଓଟିଡିସି ଅଧ୍ୟକ୍ଷ ଡକ୍ଟର ଲେନିନ୍ ମହାନ୍ତି, ନୂଆଦିଲ୍ଲୀରେ ଅବସ୍ଥାପିତ ଓଡିଶାର ଆବାସିକ ଆୟୁକ୍ତ ଶ୍ରୀ ରବି କାନ୍ତ, ଉତ୍କଳ ପ୍ରସଙ୍ଗ ଓ ଓଡିଶା ରିଭ୍ୟୁର ସମ୍ପାଦକ ଶ୍ରୀମତୀ କସ୍ତୁରୀ ମହାପାତ୍ର, ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ସରୋଜ ସାମଲ, ଏସ୍‌ସିଏସ୍‌ଟି ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ ଓ ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ସୂର୍ଯ୍ୟରଞ୍ଜନ ମହାନ୍ତିଙ୍କ ସମେତ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।

   ପ୍ରଗତି ମଇଦାନଠାରେ ନଭେମ୍ବର ୧୪ରୁ ୨୭ ତାରିଖ ପର୍ଯ୍ୟନ୍ତ ଚାଲିଛି ‘ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ୨୦୨୩’ । ଏହି ବିଶାଳ ମେଳାରେ ଅନ୍ୟତମ ଆକର୍ଷଣ ହେଉଛି ‘ଓଡ଼ିଶା ପାଭିଲିୟନ’, ଯେଉଁଠି ପ୍ରତିଫଳିତ ହେଉଛି ରାଜ୍ୟର କଳା, ସଂସ୍କୃତି, ଆଦିବାସୀ ଜୀବନ, କୃଷି, ଶିଳ୍ପ ଓ ବାଣିଜ୍ୟ ତଥା ରାଜ୍ୟର ସାମଗ୍ରିକ ବିକାଶର ଛବି ।

     ପ୍ରଗତି ମଇଦାନର ହଲ୍ ନମ୍ବର-୨ରେ ସ୍ଥାନ ପାଇଛି ‘ଓଡ଼ିଶା ପାଭିଲିୟନ’। ପ୍ରାଚୀନ ଉତ୍କଳୀୟ ସମୃଦ୍ଧ ନୌବାଣିଜ୍ୟ ପରମ୍ପରାର ପ୍ରତୀକ ବୋଇତ ଏବଂ ଓଡ଼ିଶାର କଳା ଓ ଭାସ୍କର୍ଯ୍ୟର ପ୍ରତୀକ କୋଣାର୍କ ଚକ ପାଭିଲିୟନର ଶୋଭା ବଢ଼ାଉଛି।

   ଚଳିତ ବର୍ଷ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାର ଥିମ୍ ରହିଛି ‘ବସୁଧୈବ କୁଟୁମ୍ବକମ୍ - ୟୁନାଇଟେଡ୍ ବାଇ ଟ୍ରେଡ୍‌’ ବା ‘ବାଣିଜ୍ୟ ମାଧ୍ୟମରେ ଏକତା’ । ଏହି ଥିମ୍ ଓଡ଼ିଶା ପାଭିଲିୟନରେ ସୁନ୍ଦର ଭାବେ ପ୍ରତିଫଳିତ ହୋଇଛି । ପାଭିଲିୟନର ମଧ୍ୟଭାଗରେ ସୁସଜ୍ଜିତ ବୋଇତ ଉପରେ ପାରମ୍ପରିକ ହସ୍ତତନ୍ତ ଓ ହସ୍ତକଳାର ପ୍ରଦର୍ଶନ, ବିକ୍ରି ଓ ଲାଇଭ୍ ଡେମନଷ୍ଟ୍ରେସନ୍ ପର୍ଯ୍ୟଟକଙ୍କ ପାଇଁ ପ୍ରମୁଖ ଆକର୍ଷଣ ହୋଇପାରିଛି ।

    ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତତ୍ତ୍ୱାବଧାନରେ ପ୍ରସ୍ତୁତ ଓଡ଼ିଶା ପାଭିଲିୟନରେ ଚଳିତ ବର୍ଷ ୮ଟି ବିଭାଗ ଏବଂ ବିଭିନ୍ନ ସହଯୋଗୀ ସଂସ୍ଥା ଅଧୀନରେ ମୋଟ ୨୪ଟି ଷ୍ଟଲ୍ ସ୍ଥାନ ପାଇଛି । ଏହା ମଧ୍ୟରେ ରହିଛି ଓଡ଼ିଶାର ବିଭିନ୍ନ ଆକର୍ଷଣୀୟ ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତକଳା ସାମଗ୍ରୀ, ଓରମାସ୍ ଦ୍ୱାରା ପ୍ରସ୍ତୁତ ଗ୍ରାମୀଣ ଉତ୍ପାଦ, ମିଶନ ଶକ୍ତି ମା’ଙ୍କ ଦ୍ୱାରା ପ୍ରସ୍ତୁତ ବିଭିନ୍ନ ପ୍ରକାର ଘରକରଣା, ସାଜସଜ୍ଜା ଓ ଖାଦ୍ୟପଦାର୍ଥ ଏବଂ ମିଲେଟ୍‌ସ ମିଶନ ଅଧୀନରେ ଓଡ଼ିଶାର ପୁଷ୍ଟିଶସ୍ୟ ଖାଦ୍ୟ ପଦାର୍ଥ ଇତ୍ୟାଦି ।

               ସେହିପରି ଓଡ଼ିଶାର ଆଦିବାସୀ ଜୀବନ, କଳା ଓ ସଂସ୍କୃତି ସହିତ ଏମ୍‌ଏସ୍‌ଏମ୍‌ଇ ଏବଂ ଓଡ଼ିଶା ପର୍ଯ୍ୟଟନର ଆକର୍ଷଣ ଓଡ଼ିଶା ପାଭିଲିୟନକୁ ସମୃଦ୍ଧ କରିଛି  ।

   ରାଜ୍ୟର କଳା, ସଂସ୍କୃତି ଓ ବିଭିନ୍ନ ଉତ୍ପାଦ ସହିତ ହସ୍ତତନ୍ତ ଓ ହସ୍ତକଳା ତଥା ଆଦିବାସୀ କଳାର ଲାଇଭ୍ ଡେମନଷ୍ଟ୍ରେସନ୍ ନୂଆଦିଲ୍ଲୀ ବାଣିଜ୍ୟ ମେଳାରେ ଓଡ଼ିଶାର ସ୍ୱତନ୍ତ୍ର ପରିଚୟକୁ ପ୍ରମାଣିତ କରୁଛି । ଓଡ଼ିଶାର ସ୍ୱତନ୍ତ୍ର ଖାଦ୍ୟରୁଚି ପାଭିଲିୟନକୁ ଆସୁଥିବା ପର୍ଯ୍ୟଟକମାନଙ୍କ ପାଇଁ ମଧ୍ୟ ଅନ୍ୟତମ ଆକର୍ଷଣ ହୋଇଛି ।

ଗରୋଇ ଗୋବର୍ଧନ ପୀଠରେ ବୁଦ୍ଧିଆ ବାବାଙ୍କ ୧୯ତମ ମହାପ୍ରୟାଣ ଦିବସ ପାଳିତ

 ଗରୋଇ ଗୋବର୍ଧନ ପୀଠରେ ବୁଦ୍ଧିଆ ବାବାଙ୍କ ୧୯ତମ ମହାପ୍ରୟାଣ ଦିବସ ପାଳିତ ଜଗତସିଂହପୁରର ଗରୋଇ ଗୋବର୍ଧନ ପୀଠରେ ପ୍ରସିଦ୍ଧ  ମହାପୁରୁଷ ବୁଦ୍ଧିଆ ବାବାଙ୍କ ୧୯ତମ ମହାପ୍ରୟାଣ ଦିବସ ମଙ୍ଗଳବାର ମଙ୍ଗ....

ସ୍ବର୍ଗଦ୍ଵାରରେ ପଦ୍ମଭୂଷଣ ରମାକାନ୍ତରଥ ଙ୍କ ଶେଷକୃତ୍ୟ ସମ୍ପର୍ଣ୍ଣ

ପୁରୀ ୧୭/୩ ଆଜି ସ୍ବର୍ଗଦ୍ବାର ରେ ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ବିଶିଷ୍ଟ କବି ସ୍ବର୍ଗତ ପଦ୍ମଭୂଷଣ ରମାକାନ୍ତ ରଥ ଙ୍କ ରାଷ୍ଟ୍ରୀୟ ମର୍ଯ୍ୟାଦା ର ସହ ଶେଷକୃତ୍ୟ ସମ୍ପର୍ଣ୍ଣ ହୋଇଛି।ସ୍ବର୍ଗତ ରଥ ଙ୍କ ବ....

ଆନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ଉତ୍ସବର ଦ୍ୱିତୀୟ ଦିବସରେ ଓଡ଼ିଶୀ ଛନ୍ଦ ଓ ରସର ଭାବମୟ ପରିବେଷଣ

ଭୁବନେଶ୍ୱର :ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ୱାରା ଆୟୋଜିତ ଏବଂ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଦ୍ୱାରା ନିବେଦିତ ଆନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ଉତ୍ସବର ଆଜି ଥିଲା ଦ୍ୱି....

ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରାଯିବା ସଂପର୍କରେ ଐତିହ୍ୟ କ୍ୟାବିନେଟରେ ନିଷ୍ପତ୍ତି

              ଭୁବନେଶ୍ୱର :  ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ ଐତିହ୍ୟ କ୍ୟାବିନେଟର ଏକ ବୈଠକ ଅନୁଷ୍ଠିତ ହୋଇଥିଲା ।  ତା୨୬.୧୨.୨୦୧୭ରିଖର....

Sign up for the Newsletter

Join our newsletter and get updates in your inbox. We won't spam you and we respect your privacy.