ଲକ୍ଷ୍ମଣ ନାୟକ ସାହିତ୍ୟ ସଂସ୍କୃତି ପରିଷଦ, ମାଲକାନଗିରି ତରଫରୁ କବିତାପାଠ, ସାରସ୍ବତ ସଭା, ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା।  #  

ମାଡ଼କାପଦର୍ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଆୟୋଜିତ।  #  

ଶ୍ରେଷ୍ଠ ପୂଜା ପଣ୍ଡାଲକୁ ପୁରସ୍କୃତ କଲେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ।  #  

ଷଷ୍ଠତମ ଅସ୍ତରଙ୍ଗ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ- ପ୍ରଶ୍ନ ବାଣରେ ଘାଇଲା ବିଧାୟକ  #  

ଦେଶବ୍ୟାପୀ ବକ୍ସ ଅଫିସରେ ଚହଳ ସୃଷ୍ଟି କରୁଛି ‘କାନ୍ତାରା ଚାପ୍ଟର ୧’  #  

ଦଶହରା ମେଢକୁ ମିଳିବ ଆର୍ଥିକ ଅନୁଦାନ, ୩ଟି ଶ୍ରେଣୀରେ ମିଳିବ ଟଙ୍କା  #  

ଭୁବନେଶ୍ୱର ବିମାନବନ୍ଦରରୁ ୩ କୋଟି ଟଙ୍କାର ମାରିଜୁଆନା ଜବତ, ଜଣେ ଗିରଫ  #  

ଦିନିକିଆ ଦଳର ଅଧିନାୟକ ହେଲେ ଶୁଭମନ୍ ଗିଲ୍, ବିରାଟ କୋହଲି ଏବଂ ରୋହିତ ଶର୍ମା ବି ଦଳରେ ସାମିଲ…  #  

ଅକ୍ଟୋବର ୯ରୁ ବିଜେଡିର ଜନସମ୍ପର୍କ ଅଭିଯାନ  #  

ଲଗାଣ ବର୍ଷାରେ ଗଜପତି ସ୍ଥିତି ବେହାଲ, ମହେନ୍ଦ୍ରଗିରିରେ ଫସି ରହିଥିବା ୩୦ ପର୍ଯ୍ୟଟକ ଉଦ୍ଧାର  #  

ଏସ୍ଆଇ ପରୀକ୍ଷା ନେଇ ବିଜେଡ଼ିର ଅଭିଯୋଗ ଉପରେ ଆଇନ ମନ୍ତ୍ରୀ ରଖିଲେ କଡ଼ା ଜବାବ  #  

ଏସ୍ଆଇ ପରୀକ୍ଷା ନେଇ ବିଜେଡ଼ିର ଅଭିଯୋଗ ଉପରେ ଆଇନ ମନ୍ତ୍ରୀ ରଖିଲେ କଡ଼ା ଜବାବ  #  

ଏହି ସ୍ଥାନରେ ହେବ ଚଳିତ ବର୍ଷ ରାବଣପୋଡି...  #  

ଆସନ୍ତାକାଲି ଝାରସୁଗୁଡାରୁ BSNL 4G ସେବାର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ  #  

ଜିଲ୍ଲାପାଳଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା; ଦୁର୍ବଳ ନଦୀ ଓ କେନାଲ ବନ୍ଧ ଉପରେ ନଜର ରଖିବା ପାଇଁ ଗୁରୁତ୍ୱ  #  

ସୁକନ୍ୟା ସମୃଦ୍ଧି ଯୋଜନା ନେଇ ସଚେତନ କଲେ ସାଂସଦ ବଳଭଦ୍ର ମାଝୀ।  #  

ବ୍ଲକ ସ୍ତରୀୟ ସୁସ୍ଥ ନାରୀ, ସଶକ୍ତ ପରିବାର କାର୍ଯ୍ୟକ୍ରମ।  #  

ଜିଲ୍ଲାପାଳଙ୍କ ତ୍ୱରିତ ପଦକ୍ଷେପ ଯୋଗୁଁ ସଫଳ ହେଲା ବକ୍ରପାଦ ଅସ୍ତ୍ରୋପଚାର।  #  

ପିର ଜାହାନିଆଁ ବେଳା ଭୂମିରେ ଆନ୍ତର୍ଜାତିକ ବେଳାଭୂମି ସଫେଇ ଦିବସ  #  

ଇଉଟେକ ସର୍ଭିସ ଓ ପର୍ଯ୍ୟଟନ ବିଭାଗ ର ସିକୁରିଟି ଗାର୍ଡ, ଲାଇଫ ଗାର୍ଡ ନିଯୁକ୍ତି  #  

ଜିଲ୍ଲାପାଳଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା; ଦୁର୍ବଳ ନଦୀ ଓ କେନାଲ ବନ୍ଧ ଉପରେ ନଜର ରଖିବା ପାଇଁ ଗୁରୁତ୍ୱ

ଉତ୍ତର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଜନିତ ବର୍ଷାର ମୁକାବିଲା ସମ୍ପର୍କରେ ପ୍ରଭାବିତ ହେବାକୁ ଥିବା ୧୭ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଭିଡିଓ କନ୍‌ଫରେନ୍‌ସ ମାଧ୍ୟମରେ ଆଜି ଏକ ସମୀକ୍ଷା ବୈଠକ କରିଛନ୍ତି ।
 
ସୂଚନା ଯୋଗ୍ୟ ଯେ ଭାରତୀୟ ପାଣିପାଗ ବିଭାଗର ତଥ୍ୟ ଅନୁଯାୟୀ ଲଘୁଚାପ ପ୍ରଭାବରେ ୩ ଟି ଜିଲ୍ଲା ଯଥା- କୋରାପୁଟ,  ମାଲକାନଗିରି ଏବଂ କଳାହାଣ୍ଡି ବିଶେଷ ପ୍ରଭାବିତ ହେବାର ଆଶଙ୍କା ଥିବାବେଳେ ୧୪ ଟି ଜିଲ୍ଲା ଯଥା- ନବରଙ୍ଗପୁର, ନୂଆପଡା, ବଲାଙ୍ଗୀର, ରାୟଗଡା, ଗଜପତି, କନ୍ଧମାଳ, ଗଞ୍ଜାମ, ନୟାଗଡ, ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡାକୁ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି । ବର୍ଷାକୁ ନଜରରେ ରଖି ଏହାର ପୂର୍ବ ପ୍ରସ୍ତୁତି ସମ୍ପର୍କରେ ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲ୍ଲାପାଳ ମାନଙ୍କ ସହିତ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି ।
 
ଜିଲ୍ଲା ଏବଂ ବ୍ଲକ ସ୍ତରରେ ନିୟନ୍ତ୍ରଣ କକ୍ଷଗୁଡ଼ିକ ୨୪ ଘଣ୍ଟା (୨୪x୭) କାର୍ଯ୍ୟ କରିବା ଏବଂ ଏହାର ତଥ୍ୟ ଗୁଡିକ ଯେପରି ନିୟମିତ ଭାବେ Update କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଥିବା ବେଳେ ପରିବର୍ତ୍ତିତ ପରିସ୍ଥିତି ଦେଖି ଆବଶ୍ୟକ ପଦକ୍ଷେପ ନେବା ପାଇଁ ମଧ୍ୟ ପରାମର୍ଶ ଦେଇଛନ୍ତି ।
 
ଲଘୁଚାପ ଜନିତ ବର୍ଷା ଏବଂ ଏହି ପରିସ୍ଥିତିର ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇ କହିଥିଲେ ଯେ ପ୍ରବଳ ବର୍ଷା ଯୋଗୁଁ ସହରାଞ୍ଚଳ ସମେତ ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ। ଏପରି ପରିସ୍ଥିତିର ମୁକାବିଲା କରିବା ପାଇଁ ଡ୍ରେନେଜ୍ ଇଞ୍ଜିନିୟର ଏବଂ ଅଧିକାରୀମାନଙ୍କୁ ସହାୟକ କର୍ମଚାରୀ ଏବଂ ଯନ୍ତ୍ରପାତି ସହିତ ପ୍ରସ୍ତୁତ ରହିବା ଆବଶ୍ୟକ ।
 
ଏହି ସମୟରେ ଜଳବନ୍ଦୀ ସମ୍ମୁଖୀନ ହେବାର ସମ୍ଭାବନା ଥିବା ଅଞ୍ଚଳରୁ ପାଣି ନିଷ୍କାସନ ପାଇଁ ସହରାଞ୍ଚଳ ସ୍ଥାନୀୟ ସଂସ୍ଥାଗୁଡ଼ିକ ପକ୍ଷରୁ ଆଗୁଆ ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଏଥି ସହିତ ଦାୟିତ୍ୱରେ ଥିବା ଇଞ୍ଜିନିୟରିଂ କର୍ମଚାରୀମାନେ ନଦୀ ଓ କେନାଲ ବନ୍ଧର ଦୁର୍ବଳ ସ୍ଥାନଗୁଡ଼ିକ ଉପରେ କଡ଼ା ନଜର ରଖିବା ପାଇଁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଥିଲେ ।
 
ତୁରନ୍ତ ସହାୟତା ପାଇଁ ODRAF ଏବଂ ଅଗ୍ନିଶମ ସେବା ୟୁନିଟଗୁଡ଼ିକୁ ପୂର୍ଣ୍ଣ ପ୍ରସ୍ତୁତ, ବିଶେଷ କରି ତଳିଆ ଅଞ୍ଚଳ କିମ୍ବା ଯେଉଁଠାରେ ବନ୍ୟା ଆଶଙ୍କା (Flash Flood) ରହିଛି ଏବଂ ଅନ୍ୟାନ୍ୟ ଆବଶ୍ୟକ ସ୍ଥାନରେ ୟୁନିଟ୍ ଗୁଡିକୁ ନିୟୋଜିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।  ଏଥି ସହିତ ପାହାଡିଆ ଅଞ୍ଚଳରେ ଭୂସ୍ଖଳନର ସମ୍ଭାବନା ଥିବାରୁ ଉକ୍ତ ଅଞ୍ଚଳ ଗୁଡିକୁ ଚିହ୍ନଟ କରି କ୍ଷେତ୍ରୀୟ କର୍ମଚାରୀମାନଙ୍କୁ ପ୍ରସ୍ତୁତ ରହିବାକୁ ସେ ଜିଲ୍ଲାପାଳ ମାନଙ୍କୁ କହିଥିଲେ । ବିଶେଷକରି ମାଲକାନଗିରି ଜିଲ୍ଲାରେ ଅଧିକ ସତର୍କତା ମୂଳକ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
 
ବହୁମୁଖୀ ବନ୍ୟାବାତ୍ୟ ଆଶ୍ରୟସ୍ଥଳକୁ ବ୍ୟବହାର ପାଇଁ ପ୍ରସ୍ତୁତ ରଖାଯାଇଛି ଏବଂ ସେଥିରେ ଖାଦ୍ୟ ଓ ଅନ୍ୟାନ୍ୟ ଆବଶ୍ୟକ ଦ୍ରବ୍ୟ ମଧ୍ୟ ମହଜୁଦ୍ ରଖାଯାଇଛି  ବୋଲି ବୈଠକରେ ସୂଚନା ଦିଆଯାଇଥିଲା । ଆବଶ୍ୟକସ୍ଥଳେ ତଳିଆ ଅଞ୍ଚଳରୁ ଲୋକଙ୍କୁ ଆଶ୍ରୟସ୍ଥଳକୁ ନେଇ ରନ୍ଧାଖାଦ୍ୟ ଦେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
 
ବିଭିନ୍ନ ଅଞ୍ଚଳରେ ଆବଶ୍ୟକ ଔଷଧ ପତ୍ର, ସାପ କାମୁଡା ଇନ୍‌ଜେକ୍ସନ, ଗୋ-ଖାଦ୍ୟ ଓ ଅନ୍ୟାନ୍ୟ ପଶୁ ଖାଦ୍ୟ ଯଥେଷ୍ଟ ପରିମାଣରେ ମହଜୁଦ୍ ରଖିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଥିଲା ।
 
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପ୍ରାକୃତିକ ବିପର୍ଯ୍ୟାୟ ମୁକାବିଲାରେ ଓଡିଶାର ଦକ୍ଷତା ରହିଛି ଏବଂ ଜାତୀୟ ସ୍ତରରେ ରାଜ୍ୟ ପ୍ରଶଂସା ଅର୍ଜନ କରିଛି। ତେଣୁ, ଏହି ଲଗାଣ ବର୍ଷା ଜନିତ ସମସ୍ୟାର ଠିକ୍‌ ଭାବେ ପରିଚାଳନା ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଥିଲେ ।
 
ଏହି ସମୀକ୍ଷା ବୈଠକରେ ଉପ ମୁଖ୍ୟମନ୍ତ୍ରୀ  କନକ ବର୍ଦ୍ଧନ ସିଂଦେଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ  ସୁରେଶ ପୂଜାରୀ, ପଞ୍ଚାୟତିରାଜ,ପାନୀୟ ଜଳ, ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ  ରବି ନାରାୟଣ ନାୟକ ଏବଂ ଆଭାସୀ ମାଧ୍ୟମରେ ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି ମନ୍ତ୍ରୀ  ବିଭୁତି ଭୁଷଣ ଜେନା, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ  ଗୋକୁଳାନନ୍ଦ ମଲ୍ଲିକ, ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଅଗ୍ନିଶମ, ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ମହାନିର୍ଦ୍ଦେଶକ, ଶକ୍ତି ବିଭାଗର ପ୍ରମୁଖ ସଚିବ, ଦକ୍ଷିଣାଞ୍ଚଳ ରାଜସ୍ୱ କମିଶନର, ବ୍ରହ୍ମପୁର ଡି.ଆଇ.ଜି,  ଏବଂ ବର୍ଷା ସମ୍ଭାବନା ଥିବା ୧୭ଟି ଜିଲ୍ଲାର ଜିଲ୍ଲାପାଳ, ଏସ୍‌.ପି, ଭାରତୀୟ ପାଣିପାଗ ବିଭାଗର ନିର୍ଦ୍ଦେଶକ ଏବଂ ପ୍ରମୁଖ ଅଧିକାରୀ ଗଣ ଉପସ୍ଥିତ ଥିଲେ ।

ଲକ୍ଷ୍ମଣ ନାୟକ ସାହିତ୍ୟ ସଂସ୍କୃତି ପରିଷଦ, ମାଲକାନଗିରି ତରଫରୁ କବିତାପାଠ, ସାରସ୍ବତ ସଭା, ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା।

ନୂତନ ପ୍ରୟୋଗ କବିତାକୁ ଆହୁରି  ହୃଦୟସ୍ପର୍ଶୀ କରିପାରେ, ମାଲକାନଗିରି ତା ୧୭/୧୧ (ସତ୍ୟ ନାରାୟଣ ଦାଶ) ଲକ୍ଷ୍ମଣ ନାୟକ ସାହିତ୍ୟ ସଂସ୍କୃତି ପରିଷଦ, ମାଲକାନଗିରି ତରଫରୁ କବିତାପାଠ, ସାରସ୍ବତ ସଭା, ପୁସ୍ତ....

ମାଡ଼କାପଦର୍ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଆୟୋଜିତ।

ମାଲକାନଗିରି, ୧୭/୧୧(ସତ୍ୟ ନାରାୟଣ ଦାଶ) ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଳକ୍ ସ୍ଥିତ ମାଡକାପଦର୍ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ସୋମବାର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ....

ଶ୍ରେଷ୍ଠ ପୂଜା ପଣ୍ଡାଲକୁ ପୁରସ୍କୃତ କଲେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ।

ସୁବାଷ ବୋଷ ଟାଉନ୍ କ୍ଲବ୍ କୁ ପ୍ରଥମ ପୁରସ୍କାର। ମାଲକାନଗିରି, ୧୫/୧୦(ସତ୍ୟ ନାରାୟଣ ଦାଶ) ଆଜି ଜିଲ୍ଲା ଆରକ୍ଷୀ କାର୍ଯ୍ୟାଳୟ ଠାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମାଲକାନଗିରି ପୌର ପରିଷଦ ଅନ....

ଜିଲ୍ଲାପାଳଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା; ଦୁର୍ବଳ ନଦୀ ଓ କେନାଲ ବନ୍ଧ ଉପରେ ନଜର ରଖିବା ପାଇଁ ଗୁରୁତ୍ୱ

ଉତ୍ତର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଜନିତ ବର୍ଷାର ମୁକାବିଲା ସମ୍ପର୍କରେ ପ୍ରଭାବିତ ହେବାକୁ ଥିବା ୧୭ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଭିଡିଓ କନ୍‌ଫରେନ୍‌ସ ମାଧ୍ୟମର....

Sign up for the Newsletter

Join our newsletter and get updates in your inbox. We won't spam you and we respect your privacy.