ଧାମନଗର ବ୍ଲକରେ ଲଗାତାର ବନ୍ୟା ନଦୀବନ୍ଧ ପାଲଟିଛି ବିପନ୍ନଙ୍କ ଆଶ୍ରୟସ୍ଥଳୀ  #  

ସ୍ୱାବଲମ୍ବୀ ହେଉଛନ୍ତି ମହିଳା କାରିଗର -ସବାଇ ଓ ଡୋକ୍ରା ରାଖୀର ବଢ଼ୁଛି ଚାହିଦା  #  

ମନ୍ଦିରରେ ବାହାଘର ପରେ ପ୍ରତାରଣା ଟଙ୍କା-ସୁନା ଲୁଟି ସର୍ଭିସ୍ ବନ୍ଧୁକରେ ଧମକ  #  

ଓଡ଼ିଶାବାସୀଙ୍କୁୂ ବିଭ୍ରାନ୍ତ କରିବାକୁ କଂଗ୍ରେସ ଓ ବିଜେଡି ମିଳିମିଶି ନାଟକ କରୁଛନ୍ତି : ବିରଂଚି ନାରାୟଣ ତ୍ରିପାଠୀ  #  

ସମୟ ସହିତ ହିନ୍ଦୀ ବିକଶିତ ହେବା ସହ ଯୁବ ପିଢ଼ିଙ୍କ ସହିତ ଯୋଡ଼ି ହେବା ଉଚିତ: ରାଜ୍ୟପାଳ  #  

ସୁଭଦ୍ରାର ୫ମ କିସ୍ତି ପ୍ରଦାନ ପାଇଁ ସମୀକ୍ଷା ବୈଠକ ଅନୁଷ୍ଠିତ  #  

ମହିଳା ଓ ଶିଶୁଙ୍କ ସୁରକ୍ଷା ପାଇଁ ରାଜ୍ୟ ପୁଲିସର ବଡ଼ ଆକ୍ସନ ପ୍ଲାନ  #  

ଲକ୍ଷ୍ମଣ ନାୟକ ସାହିତ୍ୟ ସଂସ୍କୃତି ପରିଷଦ, ମାଲକାନଗିରି ତରଫରୁ କବିତାପାଠ, ସାରସ୍ବତ ସଭା, ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା।  #  

ମାଡ଼କାପଦର୍ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଆୟୋଜିତ।  #  

ଶ୍ରେଷ୍ଠ ପୂଜା ପଣ୍ଡାଲକୁ ପୁରସ୍କୃତ କଲେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ।  #  

ଷଷ୍ଠତମ ଅସ୍ତରଙ୍ଗ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ- ପ୍ରଶ୍ନ ବାଣରେ ଘାଇଲା ବିଧାୟକ  #  

ଦେଶବ୍ୟାପୀ ବକ୍ସ ଅଫିସରେ ଚହଳ ସୃଷ୍ଟି କରୁଛି ‘କାନ୍ତାରା ଚାପ୍ଟର ୧’  #  

ଦଶହରା ମେଢକୁ ମିଳିବ ଆର୍ଥିକ ଅନୁଦାନ, ୩ଟି ଶ୍ରେଣୀରେ ମିଳିବ ଟଙ୍କା  #  

ଭୁବନେଶ୍ୱର ବିମାନବନ୍ଦରରୁ ୩ କୋଟି ଟଙ୍କାର ମାରିଜୁଆନା ଜବତ, ଜଣେ ଗିରଫ  #  

ଦିନିକିଆ ଦଳର ଅଧିନାୟକ ହେଲେ ଶୁଭମନ୍ ଗିଲ୍, ବିରାଟ କୋହଲି ଏବଂ ରୋହିତ ଶର୍ମା ବି ଦଳରେ ସାମିଲ…  #  

ଅକ୍ଟୋବର ୯ରୁ ବିଜେଡିର ଜନସମ୍ପର୍କ ଅଭିଯାନ  #  

ଲଗାଣ ବର୍ଷାରେ ଗଜପତି ସ୍ଥିତି ବେହାଲ, ମହେନ୍ଦ୍ରଗିରିରେ ଫସି ରହିଥିବା ୩୦ ପର୍ଯ୍ୟଟକ ଉଦ୍ଧାର  #  

ଏସ୍ଆଇ ପରୀକ୍ଷା ନେଇ ବିଜେଡ଼ିର ଅଭିଯୋଗ ଉପରେ ଆଇନ ମନ୍ତ୍ରୀ ରଖିଲେ କଡ଼ା ଜବାବ  #  

ଏସ୍ଆଇ ପରୀକ୍ଷା ନେଇ ବିଜେଡ଼ିର ଅଭିଯୋଗ ଉପରେ ଆଇନ ମନ୍ତ୍ରୀ ରଖିଲେ କଡ଼ା ଜବାବ  #  

ଏହି ସ୍ଥାନରେ ହେବ ଚଳିତ ବର୍ଷ ରାବଣପୋଡି...  #  

ଶ୍ରେଷ୍ଠ ପୂଜା ପଣ୍ଡାଲକୁ ପୁରସ୍କୃତ କଲେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ।

ସୁବାଷ ବୋଷ ଟାଉନ୍ କ୍ଲବ୍ କୁ ପ୍ରଥମ ପୁରସ୍କାର।

ମାଲକାନଗିରି, ୧୫/୧୦(ସତ୍ୟ ନାରାୟଣ ଦାଶ) ଆଜି ଜିଲ୍ଲା ଆରକ୍ଷୀ କାର୍ଯ୍ୟାଳୟ ଠାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମାଲକାନଗିରି ପୌର ପରିଷଦ ଅନ୍ତର୍ଗତ ଶ୍ରେଷ୍ଠ ପୂଜା ପଣ୍ଡାଲକୁ ପୁରସ୍କୃତ କରିଛନ୍ତି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବିନୋଦ ପାଟିଲ ଏଚ୍। ସଂପ୍ରତି ପୂଜାପାର୍ବଣରେ ଆଧ୍ୟାତ୍ମିକତା ପରିବେଶ କମ୍ ପରିଲକ୍ଷିତ ହେଉଛି। ତେଣୁ ପାରଂପରିକ ଆଧ୍ୟାତ୍ମିକ ଭାବନା ଓ ପରିବେଶକୁ ବଜାୟ ରଖି ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ପାଇଁ ଆରକ୍ଷୀ ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି ବୋଲି ଆରକ୍ଷୀ ଅଧିକ୍ଷକ ମତ ପ୍ରକାଶ କରିଥିଲେ। ଯେତେ ସମ୍ଭବ କମ୍ ଶବ୍ଦ ପ୍ରଦୂଷଣ, ପରିଷ୍କାର ପରିଚ୍ଛନ୍ନତା, ଶୃଙ୍ଖଳିତ ଭୋଷାଣି, ପୂଜା ପଣ୍ଡାଲରେ ଶାନ୍ତି ଶୃଙ୍ଖଳା ଇତ୍ୟାଦିକୁ ଗୁରୁତ୍ଵ ଦେବାର ଆବଶ୍ୟକତା ରହିଛି ବୋଲି ଶ୍ରୀ ପାଟିଲ କହିଛନ୍ତି। ଏହି ଅବସରରେ ସେ ଆହୁରି ମଧ୍ୟ କହିଥିଲେ ଯେ ଆଗମୀ ଦିନରେ ଆରକ୍ଷୀ ପ୍ରଶାସନ ପକ୍ଷରୁ ସାଇବର ସୁରକ୍ଷା କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏଥିରେ  ସଚେତନତା ପାଇଁ ସ୍ଥାନୀୟ ଲୋକଙ୍କର ଭାଗିଦାରୀତା ଏବଂ ସହଯୋଗ କାମନା କରିଥିଲେ । ସର୍ବ ଶ୍ରେଷ୍ଠ ପୂଜା ପଣ୍ଡାଲ ଭାବେ ସୁବାଷ ବୋଷ ଟାଉନ୍ କ୍ଲବ୍ ସାର୍ବଜନୀନ ଦୁର୍ଗା ପୂଜା କମିଟିକୁ  ପ୍ରଥମ ପୁରସ୍କାର ପ୍ରଦାନ କରାଯାଇଛି। ସେହିପରି ଦୁର୍ଗାଗୁଡ଼ି ସାହି ସାର୍ବଜନୀନ ଦୁର୍ଗା ପୂଜା କମିଟି ଓ ଜୟ ଜଗନ୍ନାଥ ବହୁମୁଖି ଉନ୍ନୟନ ସମିତି ସାର୍ବଜନୀନ ଦୁର୍ଗା ପୂଜା କମିଟି କୁ ଯୁଗ୍ମ ଭାବେ ଦ୍ଵିତୀୟ ପୁରସ୍କାର ଦିଆଯାଇଛି। ନାରୀ ସୁରକ୍ଷା, ଜଙ୍ଗଲ ସୁରକ୍ଷା ଓ ଆଇନ ଶୃଙ୍ଖଳା ବ୍ୟବସ୍ଥା ଇତ୍ୟାଦି ସଚେତନତା ବିଷୟବସ୍ତୁ ପ୍ରଦର୍ଶନ କରିଥିବାରୁ ବିଚାରକ ମଣ୍ଡଳୀ ସଂରକ୍ଷିତ ଆରକ୍ଷୀ ସାର୍ବଜନୀନ ଦୁର୍ଗା ପୂଜା କମିଟିକୁ ତୃତୀୟ ପୁରସ୍କାର ରୂପେ ଚୟନ କରିଥିଲେ। ସେହିପରି ଡିଏନକେ ଖେଳ ପଡିଆ ସାର୍ବଜନୀନ ଦୁର୍ଗା ପୂଜା କମିଟି କୁ ମଧ୍ଯ ତୃତୀୟ ପୁରସ୍କାର ପ୍ରଦାନ କରାଯାଇଛି। ସାର୍ବଜନୀନ ଦୁର୍ଗା ପୂଜା କମିଟି ଗଣ୍ଡିଆଗୁଡା, କୋର୍ଟ ଛକ ଓ ଓଡ଼ିଶା ରାଜ୍ୟ ଆଞ୍ଚଳିକ ପରିବହନ ବିଭାଗ କୁ ଶାନ୍ତ୍ବନାମୂଳକ ପୁରସ୍କାର ପ୍ରଦାନ କରାଯାଇଛି।  ଅତିରିକ୍ତ ଆରକ୍ଷୀ ଅଧିକ୍ଷକ(ଗୋଇନ୍ଦା ) ରାଜ କିଶୋର ଦାସ ସମସ୍ତଙ୍କୁ ସ୍ୱାଗତ ଜଣାଇ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ସୂଚନା ଥାଉ କି ଶ୍ରେଷ୍ଠ ପୂଜା ପଣ୍ଡାଲ ଚୟନ ନିମନ୍ତେ ଉପଖଣ୍ଡ ଆରକ୍ଷୀ ଅଧିକାରୀ ଦିବ୍ୟ ରଞ୍ଜନ ଦଳେଇ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ, ମାଲକାନଗିରି ଆଦର୍ଶ ଥାନାଧିକାରୀ ରିଗାନ୍ କିଣ୍ଡୋ, ବରିଷ୍ଠ ସାମ୍ବାଦିକ ରତ୍ନାକର ଦାସ, ମାଲକାନଗିରି ମହାବିଦ୍ୟାଳୟ ଅଧ୍ୟାପକ ଡ଼ା ରଞ୍ଜନ ସ୍ବାଇଁ ଓ ଏମଭି-୭ ଜଗନ୍ନାଥପଲ୍ଲୀ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଈଶ୍ୱର ରାଓ ଙ୍କୁ ନେଇ ଏକ କମିଟି ଗଠନ କରାଯାଇଥିଲା। ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ, ବରିଷ୍ଠ ସାମ୍ବାଦିକ ଶ୍ରୀ ଦାସ ଓ ପ୍ରଧାନ ଶିକ୍ଷକ ଶ୍ରୀ ରାଓଙ୍କୁ ମଧ୍ଯ ଆରକ୍ଷୀ ଅଧିକ୍ଷକ ସମ୍ବର୍ଦ୍ଧିତ କରିଥିଲେ। ସମସ୍ତ ପୂଜା କମିଟି ସଦସ୍ୟ ଏହି ଅଭିନବ ପଦକ୍ଷେପ ପାଇଁ ଆରକ୍ଷୀ ଅଧିକ୍ଷକ ଙ୍କୁ କୃତଜ୍ଞତା ଜଣାଇଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ରଶ୍ମୀ ରଞ୍ଜନ ସେନାପତି, ଆଦର୍ଶ ଥାନାଧିକାରୀ ଶ୍ରୀ କିଣ୍ଡୋ, ପୋଲିସ ଆରଆଇ ସତ୍ୟପ୍ରିୟ ବିଶ୍ଵାଳ ଓ ସମସ୍ତ ପୋଲିସ ଅଧିକାରୀ କର୍ମଚାରୀ ଉପସ୍ଥିତ ଥିଲେ।

ଲକ୍ଷ୍ମଣ ନାୟକ ସାହିତ୍ୟ ସଂସ୍କୃତି ପରିଷଦ, ମାଲକାନଗିରି ତରଫରୁ କବିତାପାଠ, ସାରସ୍ବତ ସଭା, ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା।

ନୂତନ ପ୍ରୟୋଗ କବିତାକୁ ଆହୁରି  ହୃଦୟସ୍ପର୍ଶୀ କରିପାରେ, ମାଲକାନଗିରି ତା ୧୭/୧୧ (ସତ୍ୟ ନାରାୟଣ ଦାଶ) ଲକ୍ଷ୍ମଣ ନାୟକ ସାହିତ୍ୟ ସଂସ୍କୃତି ପରିଷଦ, ମାଲକାନଗିରି ତରଫରୁ କବିତାପାଠ, ସାରସ୍ବତ ସଭା, ପୁସ୍ତ....

ମାଡ଼କାପଦର୍ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଆୟୋଜିତ।

ମାଲକାନଗିରି, ୧୭/୧୧(ସତ୍ୟ ନାରାୟଣ ଦାଶ) ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଳକ୍ ସ୍ଥିତ ମାଡକାପଦର୍ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ସୋମବାର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ....

ଶ୍ରେଷ୍ଠ ପୂଜା ପଣ୍ଡାଲକୁ ପୁରସ୍କୃତ କଲେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ।

ସୁବାଷ ବୋଷ ଟାଉନ୍ କ୍ଲବ୍ କୁ ପ୍ରଥମ ପୁରସ୍କାର। ମାଲକାନଗିରି, ୧୫/୧୦(ସତ୍ୟ ନାରାୟଣ ଦାଶ) ଆଜି ଜିଲ୍ଲା ଆରକ୍ଷୀ କାର୍ଯ୍ୟାଳୟ ଠାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମାଲକାନଗିରି ପୌର ପରିଷଦ ଅନ....

ଜିଲ୍ଲାପାଳଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା; ଦୁର୍ବଳ ନଦୀ ଓ କେନାଲ ବନ୍ଧ ଉପରେ ନଜର ରଖିବା ପାଇଁ ଗୁରୁତ୍ୱ

ଉତ୍ତର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଜନିତ ବର୍ଷାର ମୁକାବିଲା ସମ୍ପର୍କରେ ପ୍ରଭାବିତ ହେବାକୁ ଥିବା ୧୭ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଭିଡିଓ କନ୍‌ଫରେନ୍‌ସ ମାଧ୍ୟମର....

Sign up for the Newsletter

Join our newsletter and get updates in your inbox. We won't spam you and we respect your privacy.