ଧାମନଗର ବ୍ଲକରେ ଲଗାତାର ବନ୍ୟା ନଦୀବନ୍ଧ ପାଲଟିଛି ବିପନ୍ନଙ୍କ ଆଶ୍ରୟସ୍ଥଳୀ #
ଭୁବନେଶ୍ୱର, ଆସନ୍ତା ୨୮ ଅଗଷ୍ଟ ୨୦୨୬, ରାଖୀ ପୂର୍ଣ୍ଣିମା ଅବସରରେ ନୟାଗଡ଼ ଜିଲ୍ଲାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରାଯିବାକୁ ଥିବା ପରିପ୍ରେକ୍ଷୀରେ ଆଜି ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡାଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତିମୂଳକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି।
ଏହି ବୈଠକରେ ମହିଳା ଓ ଶିଶୁ ବିକାଶ ବିଭାଗ, ଓକାକ୍ (OCAC) ଟିମ୍ ଏବଂ ବ୍ୟାଙ୍କ ପ୍ରତିନିଧିମାନେ ଯୋଗଦେଇଥିଲେ। ବୈଠକରେ ୫ମ କିସ୍ତିର ଡିବିଟି ପ୍ରଦାନ, ହିତାଧିକାରୀଙ୍କ ତାଲିକା, ବ୍ୟାଙ୍କିଙ୍ଗ୍ ବ୍ୟବସ୍ଥା ଏବଂ ଅନ୍ୟାନ୍ୟ ପ୍ରସ୍ତୁତି ସମ୍ପର୍କରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ସବିଶେଷ ସମୀକ୍ଷା କରିଥିଲେ।
୫ମ କିସ୍ତି ପ୍ରଦାନ ପାଇଁ ମୋଟ ୧,୦୩,୨୬,୧୬୨ ଜଣ ଯୋଗ୍ୟ ହିତାଧିକାରୀ ଚିହ୍ନଟ କରାଯାଇଛି। ରାଖୀ ପୂର୍ଣ୍ଣିମା ଅବସରରେ ଏହି ହିତାଧିକାରୀମାନଙ୍କୁ ୫ମ କିସ୍ତି ବାବଦରେ ₹୫,୧୬୦ କୋଟିରୁ ଅଧିକ ଟଙ୍କା ସିଧାସଳଖ ସେମାନଙ୍କ ବ୍ୟାଙ୍କ ଖାତାକୁ ଡିବିଟି ମାଧ୍ୟମରେ ପ୍ରଦାନ କରାଯିବ, ବୋଲି ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।
ମାନ୍ୟବର ଉପମୁଖ୍ୟମନ୍ତ୍ରୀ ୫ମ କିସ୍ତିର ସୁଚାରୁ ଓ ନିର୍ବିଘ୍ନ ବଣ୍ଟନ ପାଇଁ ସମସ୍ତ ପ୍ରସ୍ତୁତିର ସମୀକ୍ଷା କରିବା ସହ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଡିବିଟି ପ୍ରକ୍ରିୟା ସମ୍ପୂର୍ଣ୍ଣ କରିବା, ବ୍ୟାଙ୍କିଙ୍ଗ୍ ବ୍ୟବସ୍ଥାକୁ ସୁଦୃଢ଼ ରଖିବା ଏବଂ ହିତାଧିକାରୀମାନେ ଯେପରି କୌଣସି ଅସୁବିଧାର ସମ୍ମୁଖୀନ ନହୁଅନ୍ତି, ସେଥିପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ସମ୍ପୃକ୍ତ ଅଧିକାରୀ ଓ ବ୍ୟାଙ୍କ ପ୍ରତିନିଧିମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।
ନଦୀବନ୍ଧ ପାଲଟିଛି ବିପନ୍ନଙ୍କ ଆଶ୍ରୟସ୍ଥଳୀ ଧାମନଗର,(ସ.ପ୍ର): ଧାମନଗର ଅଞ୍ଚଳରେ ବନ୍ୟା ପରିସ୍ଥିତି ଦିନକୁ ଦିନ ଭୟାବହ ହେବାରେ ଲାଗିଛି। ବିଶେଷକରି ଧୂଷୁରୀ ଅଞ୍ଚଳରେ ବନ୍ୟାର ପ୍ରକୋପ ଅତ୍ୟନ୍ତ ଗମ୍....
ବାରିପଦା,୨୧ା୮: ମୟୂରଭଞ୍ଜର ସମୃଦ୍ଧ କଳା, ସଂସ୍କୃତି ଓ ସ୍ଥାନୀୟ ମହିଳା କାରିଗରଙ୍କ ହାତତିଆରି ପରିବେଶ ଅନୁକୂଳ ରାଖୀ ଏବେ ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି। ବାରିପଦାସ୍ଥିତ ବୟନିକା ବିକ୍ରୟ ....
ଭୁବନେଶ୍ୱର, ତା.୨୨/୦୮: ଓଡ଼ିଶାରେ କିଛି ବିରୋଧୀ ଦଳର ନେତାଙ୍କଠାରୁ ଆରମ୍ଭ କରି ଅନ୍ୟ ରାଜନୈତିକ ଦଳର ନେତାମାନେ ବିଭିନ୍ନ ପ୍ରକାର ମିଥ୍ୟା ତଥ୍ୟ ଦେଇ ଓଡ଼ିଶାବାସୀଙ୍କୁ ବିଭ୍ରାନ୍ତ କରିବାକୁ ଚେଷ୍ଟା କ....
ଭୁବନେଶ୍ୱର : ଏକ ଭାଷା ସେତେବେଳେ ପ୍ରାଣବନ୍ତ ରହିଥାଏ ଯେତେବେଳେ ଏହା ସମୟ ସହିତ ବିକଶିତ ହୁଏ ଏବଂ ଯୁବ ପିଢ଼ିର ଆକାଂକ୍ଷା ସହିତ ଯୋଡ଼ି ହୁଏ I ଏ ଦିଗରେ ହିନ୍ଦୀକୁ ଆଧୁନିକ ଜ୍ଞାନ, ପ୍ରଯୁକ୍ତିବିଦ୍ୟା ଏବଂ....
Join our newsletter and get updates in your inbox. We won't spam you and we respect your privacy.